Odia News Portal

ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ବୋବଡେ

ନୂଆଦିଲ୍ଲୀ()  ଆଜି ଦେଶର ୪୭ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଅରବିନ୍ଦ ବୋବଡେ । ସକାଳ ୯ :୩୦ ମିନିଟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ପୂର୍ବ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଅକ୍ଟୋବର ୧୮ ତାରିଖ ଦିନ ତାଙ୍କର ଉତ୍ତରାଧିକାରୀ ଭାବେ ଶୀର୍ଷ ଅଦାଲତର ଦ୍ୱିତୀୟ ବରିଷ୍ଠ ବିଚାରପତି ଏସ.ଏ ବୋବଡେଙ୍କ ନାମ ସୁପାରିସ କରିଥିଲେ ।