Odia News Portal

ସତ୍ୟଭାମା ଦେବୀ ବିଦ୍ୟାଳୟରେ ପୋଷାକ ବଣ୍ଟନ

ଭୁବନେଶ୍ୱର : ସତ୍ୟଭାମା ଦେବୀ ମୂକବଧିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରାଯାଇଛି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିନସ୍ଥ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ୍ରରେ ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜସ୍ୱ ଓ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଓ BMCର ପୂର୍ବତନ କର୍ପୋରେଟର ଅମରେଶ ଜେନା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ ।
ପ୍ରାରମ୍ଭରେ ଛାତ୍ରଛାତ୍ରୀମାନେ ନୃତ୍ୟାଭିନୟରେ ଦେଶାତ୍ମବୋଧକ ସଙ୍ଗୀତର ତାଳେ ତାଳେ ନୃତ୍ୟ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ସଂଘମିତ୍ରା ମହାପାତ୍ରଙ୍କ ସମେତ ସମସ୍ତ ଅଧ୍ୟାପକ ଓ କର୍ମଚାରୀମାନେ ଯୋଗଦେଇଥିଲେ । ସତ୍ୟଭାମା ଦେବୀ ୱେଲଫେୟାର ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ନିରୋଜା ଲକ୍ଷ୍ମୀ ମହାପାତ୍ର ସଭା ପରିଚାଳନା କରିଥିଲେ ।