ଭୁବନେଶ୍ୱର() ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହେବ।ସ୍ଥିତିକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି । ଏନେଇ ୧୨ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ ଜଗତସିଂହପୁର । ଏହିସବୁ ଜିଲ୍ଲା ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
 
						 
			
