ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଗତକାଲି ୮ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପାମାତ୍ରାରେ ବୃଦ୍ଧି ହେବ। ସେହିପରି ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।