Odia News Portal

ରଥଯାତ୍ରା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ ଯୋଗେ କଥା ହୋଇ କରୋନା ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ରଥଯାତ୍ରା ସମ୍ପର୍କରେ ଉଭୟ କଥାବାର୍ତ୍ତା ହୋଇଛନ୍ତି ବୋଲି ଜଣାପଡିଛି। ଏହା ବ୍ୟତୀତ ଆଜି ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସମ୍ପର୍କରେ ବି ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ୟପଟେ ଆଜି ରଥଯାତ୍ରା ସମ୍ପର୍କରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। କରୋନା କଟକଣା ଭିତରେ କେମିତି ହେବ ମହାପ୍ରଭୁଙ୍କ ରଥଯାତ୍ରା ଏବଂ ଚନ୍ଦନଯାତ୍ରା ନେଇ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି । ପ୍ରଥମଥର ପାଇଁ ଭିଡିଓ କନଫରେନ୍ସିଂରେ ପରିଚାଳନା କମିଟି ବୈଠକ ହେବ ।