Odia News Portal

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟରେ ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

ସେହପରି କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିଥିବା ସନ୍ତୋଷ କୁମାର ଷଡଙ୍ଗୀଙ୍କୁ ବିଜ୍ଞାନ ଓ ବୈଷୟିକ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

ବିଷ୍ଣୁପଦ ସେଠୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି ।