ଭୁବନେଶ୍ୱର : ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୌସୁମୀ ପ୍ରବାହ ଶକ୍ତିଶାଳୀ ଥିବାରୁ ଏହାର ପ୍ରଭାବରେ ସୋମବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ମଙ୍ଗଳବାର ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ମଙ୍ଗଳବାର ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ହୋଇପାରେ । କଟକ, ଜଗତସିଂହପୁର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ରେ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ସୋନପୁର, ସମ୍ବଲପୁର ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
୧୭ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କଟକରେ ପ୍ରବଳ ବର୍ଷା ହେବ । ୧୮ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।