Odia News Portal

ଆଜି ୨୫ଟି ଜିଲ୍ଲାରୁ ୭୩୬ ଜଣ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ସାଂଘାତିକ ହେଲାଣି କରୋନା ସ୍ଥିତି ।ଦିନକୁ ଦିନ  ହାତରୁ ଖସୁଛି। ଆକ୍ରାନ୍ତ ସଂଖ୍ୟା ମଧ୍ୟ ସବୁଦିନ ଲମ୍ବଡିଆଁ ମାରୁଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ୨୫ଟି ଜିଲ୍ଲାରୁ ୭୩୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୪୮୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୫୫ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ହଜାର ପାର୍ କରିଛି।।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭,୪୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୩୮୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧ହଜାର ୯୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୮୬୧୦୨ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।