Odia News Portal

ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡରୁ ସୁସ୍ଥ ବ୍ୟକ୍ତିଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବେ ନିୟୋଜିତ ମନ୍ତ୍ରୀ । ଜିଲ୍ଲାକୁ ଯାଇ ପ୍ଲାଜମା ପାଇଁ ଉତ୍ସାହିତ କରିବା ସହ ସମସ୍ତ ବ୍ୟବସ୍ଥା କରିବେ । ତେବେ  କାହାକୁ କେଉଁ ଜିଲ୍ଲା ଦାୟିତ୍ୱ ପ୍ରଦାନ କରାଯାଇଛି ତାହା ନିମ୍ନରେ ଦିଆଯାଇଛି ।

ନିରଞ୍ଜନ ପୂଜାରୀଙ୍କୁ ପୁରୀ ଜିଲ୍ଲାର ଦାୟିତ୍ୱ ଦିଆଯାଇଥିବା ବେଳେ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ସେହିପରି ପ୍ରଫୁଲ୍ଲ ମଲ୍ଲିକଙ୍କୁ ବରଗଡ, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡା ଓ ବୌଦ୍ଧ, ଅରୁଣ ସାହୁଙ୍କୁ ନୟାଗଡ ଓ ଖୋର୍ଦ୍ଧା, ପ୍ରତାପ ଜେନାଙ୍କୁ ମୟୂରଭଞ୍ଜ ଓ କଟକ, ସୁଦାମ ମାରାଣ୍ଡିଙ୍କୁ ସୁବର୍ଣ୍ଣପୁର, ସୁଶାନ୍ତ ସିଂଙ୍କୁ ବଲାଙ୍ଗିର ଓ ସମ୍ବଲପୁର, ନବ ଦାସଙ୍କୁ କଳାହାଣ୍ଡି ଓ ନୂଆପଡା, ଟୁକୁନି ସାହୁଙ୍କୁ ଦେବଗଡ ଓ ସୁନ୍ଦରଗଡ, ଜଗନ୍ନାଥ ସାରକାଙ୍କୁ ଗଜପତି ଓ କୋରାପୁଟ, ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳର ଗୁରୁଦାୟିତ୍ୱ ଦିଆଯାଇଛି । ସେହିପରି ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ, ସମୀର ରଞ୍ଜନ ଦାଶଙ୍କୁ ଯାଜପୁର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର, ରଘୁନନ୍ଦନ ନାସଙ୍କୁ ନବରଙ୍ଗପୁର ଓ ଜଗତସିଂହପୁର, ପଦ୍ମିନୀ ଦିଆନଙ୍କୁ ରାୟଗଡା ଓ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରିର ଦାୟିତ୍ୱ ଦିଆଯାଇଛି ।