Odia News Portal

ଆଜି ପୁଣି ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୮ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୧୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୩୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪୭୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୩୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳକୁ ସାନିଟାଇଜ୍‌ କରାଯାଉଛି।