ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ବାଂଲାଦେଶ ଓ ଏହା ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ରେ ଏହା ଲଘୁଚାପରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାର ପ୍ରଭାବରେ ଆସନ୍ତାକାଲିଠୁ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷିବ ।
ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୯ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଲଘୁଚାପ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।