ଭୁବନେଶ୍ବର() ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି। ଫଳରେ ଅତିପ୍ରବଳ ଓ ଲଗାଣ ବର୍ଷାର ସମ୍ଭାବନା ନାହିଁ। ତଥାପି ଆଗାମୀ ୪୮ ମଧ୍ୟରେ ଅର୍ଥାତ୍ ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଉପକୂଳ ଓଡିଶା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡା, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ।
Sign in
Sign in
Recover your password.
A password will be e-mailed to you.