Odia News Portal

ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ନିଷ୍ପତ୍ତି

ଭୁବନେଶ୍ବର()  ଓଡିଶାରେ ସ୍କୁଲ ଖୋଲିବା ନେଇ ଅକ୍ଟୋବର ଶେଷ ସପ୍ତାହରେ ବିଚାର କରାଯିବ । ଅକ୍ଟୋବରର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି ଯେ, ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ । ଆସନ୍ତା ୨୬ରେ ଦୁର୍ଗାପୂଜା । ଅର୍ଥାତ ଅକ୍ଟୋବରରେ ଖୋଲିବ ନାହିଁ । ଅକ୍ଟୋବର ମାସର ସ୍ଥିତି ଦେଖି ସ୍କୁଲ ଖୋଲିବାକୁ ବିଚାର କରାଯିବ । ଅକ୍ଟୋବର ଶେଷ ସପ୍ତାହରେ ଏନେଇ ରାଜ୍ୟ ସରକାର ବିଚାର କରିବେ । ସ୍କୁଲ ଖୋଲିବାର ଆବଶ୍ୟକତା ଅଛି, ଏଥିରେ ସନ୍ଦେହ ନାହିଁ । ତେବେ ଆମ ପାଇଁ ପିଲାଙ୍କ ସ୍ୱାସ୍ଥ୍ୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ।’