Odia News Portal

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ

କଟକ () ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଶିବ ପାଣିଗ୍ରାହୀଙ୍କ ପରଲୋକ ନେଇ ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ ଆଜି ଅପରାହ୍ନରେ କଟକ ସିଡିଏ ସେକ୍ଟର-୬ ସ୍ଥିତ ଘରେ ଖାଉଥିଲେ। ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।