Odia News Portal

ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ବର()  ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1560କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରରୁ 3, ଜଗତସିଂହପୁର ଓ ସୁବର୍ଣ୍ଣପୁରରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବରଗଡ, ଭଦ୍ରକ ଓ ଭୁବନେଶ୍ବରର, ଗଞ୍ଜାମ, କଟକ ଓ ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।