Odia News Portal

ଆଜି ଆଉ ୧୪ ମୁଣ୍ଡ ନେଲା କରୋନା, ଅନୁଗୁଳରୁ ସର୍ବାଧିକ

ଭୁବନେଶ୍ବର()  ଆଜି ୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଓ ଅନୁଗୁଳରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ , ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।