Odia News Portal

ଦେଶରେ ସଂକ୍ରମଣର ନୂଆ ରେକର୍ଡ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦୁ୍ତ ଗତିକୁ ଦେଖି ଛାନିଆ ପଶିଲାଣି । କିଛି ଦିନ ତଳେ ଦ୍ୱିତୀୟ ସଂକ୍ରମଣର ନାଁ ଶୁଣିବାକୁ ମିଳିଥିବାବେଳେ ଆଜି କୋକୁଆ ଭୟ ସୃଷ୍ଟି କରିଛି । କରୋନାଭାଇରସଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ କରି ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଯାଇଛି ।


କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୩,୫୫୮ କରୋନାଭାଇରସଜନିତ ନୂତନ ସଂକ୍ରମଣ ଓ ୪୭୮ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଅ ।କ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୪୭୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୫,୧୦୧ରେ ପହଞ୍ଚିଛି ।