Odia News Portal

କରୋନା କହରରେ ଗଡିଲା 15 ମୁଣ୍ଡ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୫ ଜଣ,ରାୟଗଡ଼ାରୁ ୩ ଜଣ,ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।