ଭୁବନେଶ୍ୱର : ରାଜ୍ୟର କୋଭିଡ୍ ଲଢେଇରେ ନିଜର ଯୋଗଦାନ ସ୍ୱରୂପ ଏସ୍.ଏମ୍.ସି. ଷ୍ଟିଲ୍ କଂପାନୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫୧ ଲକ୍ଷ ଟଙ୍କା ଦାନ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟ ଲୋକସେବା ଭବନଠାରେ କଂପାନୀର ଅଧ୍ୟକ୍ଷ ଶ୍ରୀ ମୁଲ୍ଚାନ୍ଦ ଅଗ୍ରୱାଲ୍ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଜେ.ପି. ଶର୍ମାଙ୍କ ଠାରୁ ଏହି ରାଶିର ଚେକ୍ ଗ୍ରହଣ କରିଛନ୍ତି ।
ଚେକ୍ ପ୍ରଦାନ ସମୟରେ ଅଧ୍ୟକ୍ଷ ଶ୍ରୀ ଅଗ୍ରୱାଲ୍ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଓ ଦୁରଦର୍ଶୀ କୋଭିଡ୍ ପରିଚାଳନା ଯୋଗୁ ଓଡ଼ିଶାରେ କୋଭିଡ୍ ମହାମାରୀ ସ୍ଥିତି ନିୟନ୍ତ୍ରଣାଧିନ ରହିଛି । କୋଭିଡ୍ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନେକ ରାଜ୍ୟଠାରୁ ଭଲ ସ୍ଥିତିରେ ଅଛି । ଏତାଦୃଶ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କଂପାନୀ କର୍ତ୍ତୁପକ୍ଷଙ୍କୁ ସାଧୁବାଦ ଜଣାଇବା ସହ ନିଜ ଶିଳ୍ପାନୁଷ୍ଠାନ ତଥା ବ୍ୟକ୍ତିଗତ ସ୍ତରରେ କାରୋନା ନିୟମ ଅନୂପାଳନ ଓ ସଚେତନତା କାର୍ଯ୍ୟ ଚଳାଇ ରଖିବାକୁ ଅନୁରୋଧ କରିଥଲେ ।