Odia News Portal

ଆଜି ଦେଶରେ ୧୧୬୭ ମୁଣ୍ଡନେଲା ମହାମାରୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧ ଦିନ ମଧ୍ୟରେ ସବୁଠାରୁ କମ ରେକର୍ଡ ହୋଇଛି। ୨୪ ଘଣ୍ଟାରେ ଆଉ ୪୨,୬୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୭୭,୮୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୯,୩୦୨ରେ ପହଞ୍ଚିଛି। ଦିନକରେ ୮୧,୮୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୯,୨୬,୦୩୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬,୬୨,୫୨୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୮,୮୭,୬୬,୨୦୧ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।