Odia News Portal

ସେପ୍ଟେମ୍ବର ୩୦ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା

ସେପ୍ଟେମ୍ବର ୨୧ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ଏଥିପାଇଁ ଆସନ୍ତାକାଲି ଯାଏଁ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଏଥିସହିତ ଏସଆରସି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଏନେଇ ସତର୍କ କରାଇଛନ୍ତି । ସେହିପରି ୨୦ତାରିଖରେ ୮ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସୂଚନା ମୁତାବକ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାରେ ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ ଏବଂ ଭଦ୍ରକରେ ଏହି ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ଏହି ସମୟରେ ଦକ୍ଷିଣ ଓଡିଶାରେ ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।  ତାସହିତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମଧ୍ୟ ବର୍ଷା ହେବ । ଯେଉଁ କାରଣରୁ ଏହି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆସନ୍ତା ୫ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ।