Odia News Portal

ଓଡ଼ିଶା ହାଇକୋର୍ଟରେ ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ୍ ଶଶିକାନ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତି ଉପସ୍ଥିତ ଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ ତିନି ଜଣ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୭ରେ ପହଞ୍ଚିଛି।