ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ବି ୪ ହଜାର ୯୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।