Odia News Portal

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୩ତମ ପ୍ରତିଷ୍ଠା ଦିବସ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ମହାସମାରୋହରେ ୫୩ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପିଜି କାଉନସିଲ ଅଧକ୍ଷ ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ସମାରୋହରେ ପ୍ରଫେସର ମନୋଜ ଦାସ ପ୍ରମୁଖ ଯୋଗ ଦେଇଥିଲେ। ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସ, କୁଳସଚିବ ରଞ୍ଜନ କୁମାର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। ବିଶିଷ୍ଟ ସାହିତ୍ୟିକ ପ୍ରଫେସର ମନୋଜ ଦାଶଙ୍କୁ ସାହିତ୍ୟ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ କବି ସମ୍ରାଟ୍ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା। ଲୋକ କଳା ଲୋକ ସଂସ୍କୃତିର ନାଟ୍ୟ ଗୁରୁ ନବଘନ ପରିଡାଙ୍କୁ ଦକ୍ଷିଣ ଓଡିଶା ଲୋକ ସଂସ୍କୃତି ସମ୍ମାନ ପ୍ରଦାନ କରାଯାଇଥିଲା। ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମ୍ମାନ ଓ ପଦକ ପ୍ରଦାନ କରାଯାଇଥିଲା।