Odia News Portal

ଝୁଲନ୍ତା ଅବସ୍ଥାରେ ବାପ ପୁଅଙ୍କର ମୃତ ଦେହ ଉଦ୍ଧାର

କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଳକ ଅନ୍ତର୍ଗତ ନୟାକୋଟ ଥାନା ବାଂଶପାଳ ଗାଁରେ ବାପ ପୁଅଙ୍କର ଘର ନିକଟସ୍ଥ ଜଙ୍ଗଲରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ କେନ୍ଦୁଝର ଜିଲ୍ଲା ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଓ ତାଙ୍କ ପୁଅ ଶଙ୍କର ମୁଣ୍ଡା ବୋଲି ଜଣାଯାଇଛି ।

ବେକରେ ଗାମୁଛା ଲଗାଇ ବାପ ପୁଅ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରାଯାଉଛି । ଖବର ପାଇ ଘଟଣା ସ୍ଥଳରେ ନୟାକୋଟ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଭାବେ ଜଣାପଡିବ ବୋଲି ଆଶା କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ସ୍ଥାନୀୟ ପୋଲିସ।