Odia News Portal

ଭୁବନେଶ୍ୱର ପରେ କଟକରେ ହେଲା ମାସ୍କ ବାଧ୍ୟତାମୂଳକ

ଏବେ କଟକ ରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକରେ ମାସ୍କ ବାଧ୍ୟତାମୂଳକ ହେଲା । କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍ସି । କୋଭିଡ଼ ସଂକ୍ରମଣ ବଢ଼ିବାରୁ ପ୍ରଶାସନ କଟକଣା କଡ଼ା କରିଛି । ଏହାସହ ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତ୍ୱ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି । କଟକରେ ରହୁଥିବା ଲୋକଙ୍କ ସମେତ କଟକକୁ ଆସୁଥିବା ଲୋକ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି ।ସେହିପରି ବାହାରକୁ ଗଲେ ବା ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ କରାଯାଇଛି । ମଲ୍, ଦୋକାନରେ ସାମାଜିକ ଦୂରତ୍ୱ ନରହିଲେ ମାଲିକ ଦାୟୀ ରହିବେ ବୋଲି ସିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି ।