ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୯ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
