Odia News Portal

କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା

କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସେ ତାଙ୍କ ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ସିଡିଏର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ତାଙ୍କ ମୃତଦେହକୁ ସେଠାରୁ କଟକ ବଡ଼ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ନିଆଯିବ।

ବିଚାରପତି କାହିଁକି ଆତ୍ମହତ୍ୟା କଲେ, ତା’ର କାରଣ ସ୍ପଷ୍ଟ ହୋଇପାରିନି। ତେବେ ଗତ ଦୁଇ ଦିନ ହେଲାଣି ସେ ଛୁଟିରେ ଥିଲେ। ଆଜି ସେ କାର୍ଯ୍ୟରେ ଯୋଗ ଦେବାର ଥିଲା। ତେବେ ସେ ପୁଣି ଛୁଟି ନେଇଥିଲେ।