Odia News Portal

୨୪ ଘଣ୍ଟା ପରେ ରାଜ୍ୟରେ କମିବ ବର୍ଷାର ପ୍ରଭାବ

ସ୍ଥଳଭାଗ ମୁହାଁ ଲଘୁଚାପ। ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ୨୪ ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପ ପ୍ରଭାବ। ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲା ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ରାଜ୍ୟରେ ଜୁନ ୧ରୁ ୨୦ ସେପ୍‌ଟେମ୍ବର ଯାଏ ୧୧୪୦.୯ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫ ପ୍ରତିଶତ ଅଧିକ । କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସର୍ବାଧିକ ୧୬୪୯.୯ ମିଲମିଟର ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ୫ ଜିଲ୍ଲାରେ ଅତ୍ୟଧିକ ବର୍ଷା ଓ ବାକି ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।