କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ସୀମାନ୍ତ ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ କୁନାସଲୁ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏବଂ ସୁରକ୍ଷା କର୍ମୀ ଙ୍କ ଗୁଳିରେ ଜଣେ ମହିଳା କ୍ୟାଡ଼ର ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ବର୍ତ୍ତମାନ ସୁଦ୍ଧା ସେହି ଅଞ୍ଚଳରେ ଏସପି ଙ୍କ ନିର୍ଦ୍ଦେଶ କ୍ରମେ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ କନ୍ଧମାଳ ଏସପି ଘଟଣା ଉପରେ ତୀକ୍ଷଣ ଦୃଷ୍ଟି ଦେବା ସହ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ଜଣାପଡ଼ିଛି ।