Odia News Portal

ଧାମନଗର ଉପନିର୍ବାଚନ : ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ

ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ଅବନ୍ତୀ ଦାସ ହେଲେ ବିଜୁ ଜନତା ଦଳର ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଅବନ୍ତୀ ଦାସ ଏବେ ତିହିଡି ବ୍ଲକ ଅଧ୍ୟକ୍ଷା ଅଛନ୍ତି । ଧାମନଗର ଉପନିର୍ବାଚନ ପାଇଁ ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ। ଏଥିପାଇଁ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଶାସକ ବିଜେଡି ଧାମନଗର ଉପନିର୍ବାଚନ ପାଇଁ ତାର ପ୍ରାର୍ଥୀ ଘୋଷଣା କରିଛି। ଅବନ୍ତୀ ଦାସ ହୋଇଛନ୍ତି ବିଜୁ ଜନତା ଦଳର ଧାମନଗର ପ୍ରାର୍ଥୀ। ଅବନ୍ତୀ ଦାସଙ୍କ ନାମକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୋହର ମାରିଛନ୍ତି। ଅନ୍ୟପକ୍ଷରେ ବିଷ୍ଣୁଙ୍କ ଅବର୍ତ୍ତମାନରେ ତାଙ୍କ ପରିବାର ପ୍ରତି ଅନୁକମ୍ପାକୁ ବିଜେପି ଭରସା କରି ତାଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ସେଠୀଙ୍କୁ ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିଛି।