Odia News Portal

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ନୂତନ ଲୋଗୋ ଓ ଡାସବୋର୍ଡ ଉନ୍ମୋଚନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଆନୁକୂଲ୍ୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ନୂତନ ଲୋଗା ଓ ଡାସବୋର୍ଡ ମଧ୍ୟ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଦିନ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧୀନରେ ଥିବା ୧୧ଟି ଜିଲ୍ଲା ସହିତ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ଯୋଡ଼ି ହୋଇଥିଲା।

ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଓସ୍ୱାନ କନଫରେନ୍ସ ହଲଠାରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଜିଲ୍ଲା ଯୋଜନା ଓ ସଂଯୋଜନ କର୍ଯ୍ୟାଳୟର ଉପନିର୍ଦ୍ଦେଶକ ଡକ୍ଟର ବିଜ୍ଞାନାନନ୍ଦ ମହାନ୍ତି, ଜିଲ୍ଲା ଯୋଜନାର କାର୍ଯ୍ୟାଳୟର ସହକାରୀ ନିର୍ଦ୍ଦେଶକ ପ୍ରଦୀପ କୁମାର ତିର୍କୀ ଏବଂ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ପ୍ରମୁଖ ଉପସ୍ଥିତ ଥିଲେ।