ଆସନ୍ତା ୪ ତାରିଖରେ କୋଲକାତା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କର ୨ ଦିନିଆ କୋଲକାତା ଗସ୍ତ କାର୍ଯ୍ୟକ୍ରମ ରହିଛି । ଗସ୍ତ ସମୟରେ ନବୀନ ୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନାଲ୍ ପରିଷଦ ବୈଠକରେ ଯୋଗ ଦେବେ । ଏହା ସହ ଏହି ଗସ୍ତ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ଜଣାପଡ଼ିଛି ।ଆସନ୍ତା ୫ ତାରିଖରେ କୋଲକାତା ରାଜ୍ୟ ସଚିବାଳୟରେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ଗୃହମନ୍ତ୍ରୀ ଏଥିରେ ଅଧ୍ୟକ୍ଷତା କରିବେ । ଏହି ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ନବୀନଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଏଥିରେ ସାମିଲ ହୋଇପାରନ୍ତି ।