Odia News Portal

ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି : ଚାରି ଘଣ୍ଟା ବନ୍ଦ ରହିବ ଦର୍ଶନ

ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।