Odia News Portal

ଆସନ୍ତୁ ଜାଣିବା ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ୍ ଦର

ଦେଶରେ ଏବଂ ରାଜ୍ୟରେ ତେଲ ଦାମ୍ କମିବା ପରେ ଗ୍ରାହକଙ୍କ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୮୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୬୨ ପଇସା ହୋଇଛି।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୨ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୫୪ ପଇସା ରହିଛି।