Odia News Portal

ଦେଶରେ କରୋନାର ସର୍ବକାଳୀନ ରେକର୍ଡ

* ୨୪ ଘଣ୍ଟା ମଧ୍ୟରେ ୨,୬୧,୫୦୦ ସଂକ୍ରମଣ ଓ ୧,୫୦୧ ମୃତ୍ୟୁ ରେକର୍ଡ |

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ୨.୬୧ ଲକ୍ଷ ଟପି ଏଯାବତ୍‌ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୧,୫୦୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୫୦୧ ମୃତ୍ୟୁ ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୪୭,୮୮,୧୦୯ରେ ପହଞ୍ଚିଛି। ୨୪ ଘଣ୍ଟାରେ ହୋଇଥିବା ୧,୫୦୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୭,୧୫୦ରେ ପହଞ୍ଚିଛି।