Odia News Portal

ପୁଣି ବଢିଲା ସୁନା ଦର ଜାଣନ୍ତୁ ଆପଣଙ୍କ ସହରରେ କେତେ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୭୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୯,୯୩୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୫୯୦ ଟଙ୍କା ଓ ୪୯,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୧୧୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୦,୫୦୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୪,୬୦୦ ଟଙ୍କା ରହିଛି।