Odia News Portal

ରାଜ୍ୟରେ ସାମାନ୍ୟ କମିଛି ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ :ଆଜି ରାଜ୍ୟରେ ସାମାନ୍ୟ କମିଲା ପେଟ୍ରୋଲ ଓ ଡିଜେଲ ଦର ପେଟ୍ରୋଲ ଦର ଲିଟର ପିଛା କାଲି ତୁଳନାରେ ୧୭ ପଇସା କମି ୧୦୧ ଟଙ୍କା ୮୧ ପଇସା ହୋଇଥିବା ବେଳେ ଡିଜେଲ ଦର ପ୍ରତି ଲିଟର ପିଛା ୧୫ ପଇସା କମି ୯୧ ଟଙ୍କା ୬୨ ପଇସା ହୋଇଛି।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୫୨ ପଇସା ରହିଛି।ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଝଗଝ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।