Odia News Portal

ସଡ଼କ ଦୁର୍ଘଟଣାରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ । କଟକ ଚୌଦ୍ୱାରଠାରେ ତାଙ୍କ କାର ଦୁର୍ଘଟଣାଗସ୍ତ ହେବାରୁ ସୁଧାକର ବସନ୍ତ ଓ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତି କରାଯାଇଛି । ଭୋର ଭୋର୍ ଏହି ଦୁର୍ଘଟଣା ଘଟିଛି । ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ତାଙ୍କ କାର୍ ଧକ୍କା ଦେଇଥିଲା ।

ଦୁର୍ଘଟଣାରେ ତାଙ୍କ କାର୍ ଭାଙ୍ଗି ଚୁରମାର ହୋଇଯାଇଛି । ଚୌଦ୍ଵାର ଦମକଳ ବାହିନୀ ସୁଧାକର ଓ ତାଙ୍କ ଡ଼୍ରାଇଭରଙ୍କୁ ଭଗ୍ନ କାର ବାହାର କରିଥିଲେ ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି ।