Odia News Portal

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଓଡିଆ ସିନେ ପ୍ରେମୀଙ୍କ ପାଇଁ ଦୁଃଖଦ ଖବର । ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର । ବୁଧବାର ଦିନ ଅଭିନେତା ରବି ମିଶ୍ରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ଶ୍ରୀ ମିଶ୍ରଙ୍କୁ ୬୪ବର୍ଷ ହୋଇଥିଲା |.

ସୂଚନାନୁଯାୟୀ, ବିଶିଷ୍ଟ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦଘାତରେ ପରଲୋକ ହୋଇଛି ।ଆଜି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେବା ସମୟରେ ତାଙ୍କର ମୃତ୍ୟୁ ହୋଇଯାଇଛି । ତାଙ୍କ ମୃତ୍ୟୁ ଖବର ପାଇବା ପରେ ଓଡିଆ ସିନେ ଜଗତରେ ଏକ ପ୍ରକାରର ଶୋକର ଛାୟା ଖେଳିଯାଇଛି ।ତେବେ ଅଭିନେତା ରବି ମିଶ୍ର ଅନେକ ସିରିଏଲ ଓ ଫିଲ୍ମରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି । ଖାସ୍‌ କରି ହାସ୍ୟ ଅଭିନେତା ଭାବେ ରବି ମିଶ୍ର ଖୁବ୍‌ ପ୍ରଶଂସା ସାଉଁଟିଥିଲେ । ଏପରିକି ଟେଲି ସିରିଏଲ ‘ଗୋପାଳ ରହସ୍ୟ’ ପାଇଁ ବହୁ ପ୍ରଶଂସା ସାଉଁଟିଥିଲେ । ‘ଗୋପାଳ ରହସ୍ୟ’ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ରବି ମିଶ୍ର ।