Odia News Portal

୪ରେ ବାତ୍ୟା ସକାଳେ ଛୁଇଁବ ଉପକୂଳ

ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ।

ଆଇଏମ୍‌ଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି, ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା କାଳକ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଗତିକରି ୨ ତାରିଖରରେ ଡିପ୍ରେସନ ପରିଣତ ହେବ। ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ। ୩ ତାରିଖ ମଧ୍ୟରାତ୍ରରୁ ପବନର ବେଗ ବଢ଼ିବ। ଘଣ୍ଟା ପ୍ରତି ୪୫ରୁ ୫୦ କିମି ବେଗରେ ପବନ ହୋଇପାରେ। ୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ। ତେବେ ଉପକୂଳରେ ପହଞ୍ଚିଲେ ବି ଏହା ତୁରନ୍ତ ସ୍ଥଳଭାଗ ଛୁଇଁ ନପାରେ। ଉପକୂଳ ଛୁଇଁବା ପରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି।