Odia News Portal

୩ ନିର୍ବାହୀ ଅଧିକାରୀଙ୍କୁ ମାଧ୍ୟତାମୂଳକ ଅବସର


ଅପାରଗ ତଥା ଦୁର୍ନୀତିଗ୍ରସ୍ତ ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି ।
ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲଟି ଓ ଛତ୍ରପୁର ଏନଏସିର ପୂର୍ବତନ କାର୍ୟ୍ୟନିର୍ବାହୀ ଅଧିକାରୀ) ଲଳିତା କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି । ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ସେହିପରି ବେଲପାହାଡ ମ୍ୟୁନିସିପାଲଟିର କାର୍ୟ୍ୟ ନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଝାରସୁଗୁଡା ମ୍ୟୁନିସପାଲିଟର ପୂର୍ବତନ କାର୍ୟ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ପୁରୀ ଜିଲ୍ଲା ବେତାଲ ଆରଆଇ ସର୍କଲର ରାଜସ୍ବ ନିରୀକ୍ଷକ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁଁ ଚାକିରୀରୁ ବହିଷ୍କୃତ କରାଯାଇଛି ।