Odia News Portal

ଆଗାମୀ ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ


ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୪୮ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୩ ତାରିଖରୁ ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ରାଜ୍ୟରେ ୩ ରୁ ୪ ଦିନ ଭିତରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ୩ ତାରିଖ ଦିନ ଗଜପତି, ଗଞ୍ଜାମ, ଓ ପୁରୀରେ ପ୍ରବଳ ବର୍ଷାର ସମ୍ଭାବନା ଅଛି ।
ଅବପାତ ଫରଭାବରେ ୨ ତାରିଖରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ । ୩ ତାରିଖରେ ବର୍ଷାର ପରିମାଣ ବଢିପାରେ । ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷାର ପରିମାଣ ସର୍ବାଧିକ ରହିବ । ଏହି ୩ ଦିନ ଜିଲ୍ଲାରେ ପ୍ରବଳ ବର୍ଷା ସହ ୮ ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।