Odia News Portal

ଆସୁଛି ଆଉ ଏକ ବାତ୍ୟା


ଆସୁଛି ବାତ୍ୟା । ଆସନ୍ତା ୩୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ ରୁ ୪ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ବାତ୍ୟାର ରୂପ ନେବ ନା ଗଭୀର ଅବପାତରେ ସୀମିତ ରହିବ ତାହା ଏଯାଏଁ ସ୍ପଷ୍ଟ ହୋଇନାହଁ । ଭାରତୀୟ ପାଣିପାଗ କେନ୍ଦ୍ରପ ବର୍ତ୍ତମାନ ସୁଦ୍ଧା ଆକଳନ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହେବ ବୋଲି ସ୍ପଷ୍ଟ ହେଲାଣି । କିନ୍ତୁ ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ପାଣିପାଗ କେନ୍ଦ୍ର ଅନୁଯାୟୀ ଏହି ଲଘୁଚାପକ୍ଷେତ୍ର ସାଇକ୍ଲୋନିକ ଡିଷ୍ଟର୍ବାନ୍ସରେ ପରିଣତ ହେବା ନେଇ ୩୩ରୁ ୬୭ ପ୍ରତିଶତ ଅନୁମାନ କରାଯାଉଛି । ତେବେ କେଉଁ ଅଞ୍ଚଳ ଦେଇ ଏହା ଅତିକ୍ରମ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।