Odia News Portal

ମଝି ସମୁଦ୍ରରେ ଦିଗ ବଦଳାଇବ ବାତ୍ୟା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ- ଉତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସେତେବେଳକୁ ଏହା ଉତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ । ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ । ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ତେବେ ଏହା ସମୁଦ୍ର ମଝିରୁ କେଉଁଠୁ ଦିଗ ପରିବର୍ତ୍ତନ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଏପରିକି ସ୍ଥଳଭାଗ ଛୁଇଁବ କି ନାହିଁ ଏବଂ କେତେବେଳେ ଦିଗ ବଦଳାଇବ ସେ ବାବଦରେ କୌଣସି ସୂଚନା ନାହିଁ । ଅବପାତର ରୂପ ନେବା ପରେ ଏବାବଦରେ ଏକ ସ୍ପଷ୍ଟ ସଂକେତ ମିଳିପାରେ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି ।