Odia News Portal

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲା ୨୮୮ କରୋନା ସଂକ୍ରମିତ

ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବା ବେଳେ ଗତ ୨ ଦିନ ହେଲା ସଂକ୍ରମଣ ସାମନ୍ୟ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟରୁ ୧୬୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସହେିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ରହିଛନ୍ତି ୫୩ ଜଣ । 

ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୩୦ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।