ପୁରୀ : ପୌଷ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ଅବସରରେ ଶ୍ରୀଜିଉଙ୍କୁ ସ୍ୱତନ୍ତ୍ର ରାଜରାଜେଶ୍ୱର ବେଶ କରାଯାଇଥାଏ। ସକାଳଧୂପ ପରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଦର୍ଶନ ପାଇଁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବର୍ଷକ ମଧ୍ୟରେ ମହାପ୍ରଭୁ ୫ଥର ସୁନାବେଶରେ ଦର୍ଶନ ଦେଇଥାନ୍ତି।