Odia News Portal

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ । ହ୍ୟାଲିପେଡ୍‌ରେ ପହଞ୍ଚିବା ପରେ ରୋଡ୍‌ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିଲେ । ଏହା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏଥିସହିତ ଶିଳାନ୍ୟାସ ନେଇ ଅନୁଷ୍ଠିତ ଯଜ୍ଞରେ ମଧ୍ୟ ପୂର୍ଣ୍ଣାହୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ବିଧାନସଭା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମେତ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଥିଲେ । ଏହି ଅବସରରେ ପ୍ରକ୍ପଳ ପାଇଁ ଜମି ଦେଇଥିବା ବ୍ୟକ୍ତିଙ୍କୁ ସମ୍ୱର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ।

ଏହି ପରିକ୍ରମା ଯୋଜନା ନିମନ୍ତେ ପ୍ରାୟ ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ବିଶ୍ୱାସର ସହର ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ । ବିଶ୍ୱ ଦରବାରରେ ଆହୁରି ଚମକିବ ଓଡ଼ିଶାର ଚେହେରା । ଏହା ପରେ ଶ୍ରୀମନ୍ଦିର ଇତିହାସରେ ଲେଖାହେବ ନୂଆ ଅଧ୍ୟାୟ । ବାସ୍ତବ ରୂପ ନେବ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧି ପାଇଁ ସ୍ୱତନ୍ତ୍ର ନକ୍ସା ।