Odia News Portal

ପବନ କମିବ ବର୍ଷା ହେବ

ବାତ୍ୟା ଦୁର୍ବଳ ହେଉଥିଲେ ବି ଏହାର ପ୍ରଭାବରେ କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉପକୂଳ ଓଡିଶା , ଉତରଓଡିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ପବନର ବେଗ କମ ହେବ । ପବନର ବେଗ ଘଂଟାପ୍ରତି ୫୦ ରୁ ୬୦ କିଲୋମିଟର ହେବ ।
ବାତ୍ୟା ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଏହା ସହ ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ ଓ ରାୟଜଡ଼ା ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୟେଲୋ ୱାର୍ଣ୍ଣିଂ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।