Odia News Portal

କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା


ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୪ ତାରିଖରେ ଉପକୂଳ ଓଡିଶାରେ ସର୍ବାଧିକ ପ୍ରଭାବ ରହିପାରିବ । ୩ ତାରିଖ ସଂଧ୍ୟାଠାରୁ ଦକ୍ଷିଣ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ଅନୁମାନ କରାଯାଉଛି । ଆସନ୍ତାକାଲି ପାଇଁ ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣ୍ଂ ଜାରି କରାଯାଇଛି ।